ପୁଣି ପ୍ରବାସି ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ
ବାଲେଶ୍ୱର, (ସରୋଜ ପଣ୍ଡା):ପୁଣି ପ୍ରବାସି ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ। ଟ୍ରକକୁ ପଛପଟୁ ବସ୍ଟି ଧକ୍କା ଫଳରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ବସ୍ତା ପୋଲିସ ପହଞ୍ଚି ପ୍ରବାସୀଙ୍କୁ ଉଦ୍ଧାର କରିବା ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନ ମିଳିଛି।ସୂଚନା ମୁତାବିକ, ବସ୍ଟି କେରଳରୁ ପଶ୍ଚିମବଙ୍ଗର ମୁର୍ଶିଦାବାଦକୁ ପ୍ରବାସୀ ଶ୍ରମିକଙ୍କୁ ଧରି ଯାଉ ଥିବାବେଳେ ବସ୍ତା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ପଛପଟୁ ବସ୍ଟି ଧକ୍କା ଦେଇଥିଲା। ଫଳରେ ବସ୍ଟି ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଛି। ବସ୍ରେ ୪୦ ଜଣ ପ୍ରବାସୀ ଥିବା ଜଣାପଡିଛି। ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।