ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦର ଲଗାତର ଷଷ୍ଠ ଦିନ ପାଇଁ ବଢ଼ିଲା। ଆଜି ପେଟ୍ରୋଲ ଲିଟର ପିଛା ୫୭ ପଇସା ଓ ଡିଜେଲ ୫୯ ପଇସା ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଘୋଷଣା ପରେ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ୭୪ଟଙ୍କା ୫୭ ପଇସା ହୋଇଥିବାବେଳେ ଡିଜେଲ ଲିଟର ପିଛା ୭୨ଟଙ୍କା ୮୧ପଇସା ହୋଇଛି। ସେହିପରି କୋଲକାତାରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୬ଟଙ୍କା ୪୮ପଇସା ଓ ୬୮ଟଙ୍କା ୭୦ପଇସା ରହିଛି। ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୮୧ଟଙ୍କା ୫୩ପଇସା ଓ ୭୧ଟଙ୍କା ୪୮ପଇସା, ଚେନ୍ନାଇରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୮ଟଙ୍କା ୫୪ପଇସା ଓ ୭୧ଟଙ୍କା ୨୧ପଇସା ରହିଛି। ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୫ଟଙ୍କା ୦୭ପଇସା ଓ ୭୧ଟଙ୍କା ୧୦ପଇସା ହୋଇଛି । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୬୦ ପଇସା ବୃଦ୍ଧି ପାଇଥିଲା। ଲଗାତାର ୮୨ ଦିନ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ରବିବାର ଦିନ ପ୍ରଥମ ଥର ପାଇଁ ତୈଳ ଦର ବୃଦ୍ଧି କରାଯାଇଥିଲା। ୬ ଦିନରେ ପେଟ୍ରୋଲ ୩ ଟଙ୍କା ୩୧ ପଇସା, ଡିଜେଲ ୩ ଟଙ୍କା ୪୨ ପଇସା ବୃଦ୍ଧି ପାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ