ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ
ଦିଲ୍ଲୀ , (ଯୁଗାବ୍ଦ ନ୍ୟୁଜ): ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ଅଧିକାରୀ ଧରାପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ବରଗଡ଼ ଜିଲ୍ଲାର ବରପାଲିର ସିଡିପିଓଙ୍କ ଘରେ ଭିଜିଲାନ୍ସର ଏକ ଟମ ରେଡ଼ କରିଛି ।ସୂଚନା ଅନୁସାରେ, ବରଗଡ଼ ଜିଲ୍ଲା ବରପାଲିର ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ଘରେ ଆଜି ଭିଜିଲାନ୍ସର ଏକ ଟିମ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି । ଆଜି ଭିଜିଲାନ୍ସର ଏକ ଟିମ ତାଙ୍କ ପ୍ରଧାନପାଲି ବାସଭବନ, ଅଫିସ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି । ତାଙ୍କ ଘରୁ ଅନେକ ଜରୁରୀ କାଗଜପତ୍ର ଦସ୍ତାବିଜ ମିଳିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଭିଜିଲାନ୍ସ ପକ୍ଷରୁ ଯାଂଚ ଜାରି ରହିଛି ।