ପୁଣି ୨୪ ଘଣ୍ଟାରେ ୯୩,୨୪୯ କରୋନା ପଜିଟିଭ

ନୂଆଦିଲ୍ଲୀ (‌ୱାଇଏନ୍‌ଏସ୍‌): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩,୨୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସମୁଦାୟ ସଂକ୍ରମଣ ସଂଖ୍ୟା ୧.୨୪ କୋଟି ଟପିଯାଇଛି। ସେହପରି ମୃତ୍ୟୁ ସଂଖ୍ୟା ଆଜି ୭୧୪ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନା ଦେଇଛି । ଗତ ୨୪ ଘଣ୍ଟାରେ ହୋଇଥିବା ୭୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୪,୬୨୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୦,୦୪୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୨୯,୨୮୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭,୫୯,୭୯,୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ