ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ । ଫାନିକ୍ସ ଫାଉଣ୍ଡେସନ ସହଯୋଗରେ ଏହି ବିକାଶ ମୂଳକ କାମ କରାଯିବ । ଶୁକ୍ରବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଉପରାକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା । ତେଣୁ ଏହାର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି । ଏଥିରେ ଶବଦାହ ଠାରୁ ଆରମ୍ଭ କରି ଶବ ବାହକମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ । ଶବବାହକମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷରାପଣ କରାଯିବ । ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଏହି କାମ ଆରମ୍ଭର ୬ ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜୁବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି । ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା, ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମି ଭାବରେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ