ଗୁରୁ ପୂଜନ କାର୍ଯ୍ୟକ୍ରମ ଗୁରୁମାନେ ଗୁରୁ ତିଆରି କରନ୍ତୁ:ବିଧାୟକ ନୀଳମଣି

କ୍ଷତ୍ରିୟବ୍ରାହ୍ମପୁରରେ ସୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଗୁରୁ ଦିବସ ପାଳିତ

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ସମଗ୍ର ଭାରତବର୍ଷରେ ଉତ୍ସାହର ସହିତ ପାଳିତ ହୋଇଯାଇଛି ଗୁରୁ ଦିବସ I ଏହାକୁ ଏକ ଅଭିନବ ଢ଼ଙ୍ଗରେ ପାଳନ କରିଛନ୍ତି ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ I ବିଧାୟକ ଶ୍ରୀ ବିଷୋୟୀଙ୍କ ପ୍ରଚେଷ୍ଟାରେ ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସରକାରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି ସୋରଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I କ୍ଷତ୍ରିୟବରପୁର ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଉଦ୍ଘାଟକ ରୂପେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହିତ ଗୁରୁ ପୂଜନ କରିଥିଲେ I ଏହି ଅବସରରେ ବିଧାୟକ ଶ୍ରୀ ବିଷୋୟୀ ଉଭୟ ବେଲଗୁଣ୍ଠା ଏବଂ ସୋରଡା ବ୍ଳକର ବହୁ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଉପଢ଼ୌକନ, ମାନପତ୍ର ଏବଂ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ I ଏହା ସହିତ ଗୁରୁ ମାନେ ଅଧିକ ମାତ୍ରାରେ ଗୁରୁ ତିଆରି କଲେ ସମାଜରେ ଆଦର୍ଶ ଶିକ୍ଷକ ଅଭାବର ଅନ୍ତ ଘଟିବା ସହ ଛାତ୍ରଛାତ୍ରୀ ଚରିତ୍ରବାନ ହୋଇପାରିବେ ବୋଲି ବିଧାୟକ ଶ୍ରୀ ବିଷୋୟୀ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ I ସେହିପରି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ ଦେବୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ରୂପେ 48 ନମ୍ବର୍ ଜୋନ୍ ଜିଲ୍ଲାପରିଷଦ ସଭ୍ୟ ସୁଧୀର କୁମାର ଜେନା, ସମାଜସେବୀ ଜିତେନ୍ଦ୍ର ନାୟକ, ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନ,ସମାଜସେବୀ ମହନ୍ତ ରାମକୃଷ୍ଣ ଦାଶ, ବେଲଗୁଣ୍ଠା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା ରଥ,ଭାଗ୍ୟଲତା ପ୍ରଧାନ, ସୋରଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ମଣ୍ଡଳ ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମନାରାୟଣ ପଣ୍ଡା, ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ବିଷ୍ଣୁପ୍ରସାଦ ପଟ୍ଟନାୟକ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ, ,ଆଞ୍ଚଳିକ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲ, ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ମାମା ପରିଡ଼ା ପ୍ରମୁଖ ମଞ୍ଚାସୀନ ଥିଲେ I କାର୍ଯ୍ୟକ୍ରମରେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀର ଉଭୟ ସୋରଡ଼ା ଏବଂ ବେଲଗୁଣ୍ଠା ବ୍ଳକର 700ରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ I ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୁଷ୍ପ ଚନ୍ଦନ ଏବଂ ଗୁରୁ ବାର୍ତ୍ତା ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା I କ୍ଷତ୍ରିୟବରପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଛାୟାକାନ୍ତ ମହାପାତ୍ର ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ରାଜକିଶୋର ସ୍ୱାଇଁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ I ଛାତ୍ରଛତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା I କାର୍ଯ୍ୟକ୍ରମରେ ଦିବଂଗତ ଅଧ୍ୟାପକ ରାମଚନ୍ଦ୍ର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଏକ ମିନଟ୍ ନୀରବ ପ୍ରାର୍ଥନା କରାଯାଇଥିଲା I ଶିକ୍ଷୟିତ୍ରୀ ରେଣୁପ୍ରଭା ଦାଶ ଅନ୍ତିମ ସଙ୍ଗୀତ ଗାନ କରିଥିବା ବେଳେ ଶିକ୍ଷକ ସନିତ୍ କୁମାର ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ I ବେଲଗୁଣ୍ଠା ବ୍ଳକ୍ ଏବଂ ସୋରଡ଼ା ବ୍ଳକ୍ ର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସରକାରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟର ଏନସିସି ଏବଂ ସ୍କାଉଟ୍ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ