ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲିପ ରାୟଙ୍କୁ ୩ ବର୍ଷ ଜେଲ

ଭୁବନେଶ୍ୱର,(ଓ୍ବାଇଏନ୍ଏସ୍):୧୯୯୯ ମସିହାରେ କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ଏହି ମାମଲାରେ ଜଡିତ ଅନ୍ୟ ଦୁଇ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ମଧ୍ୟ ସିବିଆଇ ସ୍ୱତନ୍ତ୍ର ଅଦାଲତ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ କରିଛନ୍ତି। ପୂର୍ବରୁ ଦଣ୍ଡ ଘୋଷଣା ନେଇ ସମୟ ଧାର୍ଯ୍ୟ ହୋଇଥିଲେ ମଧ୍ୟ କୌଣସି କାରଣ ଯୋଗୁ ଅଦାଲତ ଆଜି ଏହା ଘୋଷଣା କରିବେ ବୋଲି ପୁନର୍ବାର ଘୋଷଣା କରିଥିଲେ। ଏହି ମାମଲାରେ ସିବିଆଇ ଦିଲୀପଙ୍କୁ ଆଜୀବନ କାରାବାସ ପ୍ରଦାନ କରାଯିବା ନିମନ୍ତେ ସ୍ବତନ୍ତ୍ର ଅଦାଲତରେ ଯୁକ୍ତି ବାଢ଼ିଥିଲା। ଅନ୍ୟପକ୍ଷରେ ଦିଲିପଙ୍କ ଓକିଲ ତାଙ୍କର ବୟସ ଓ ପୂର୍ବର ଉତ୍ତମ ଛବିକୁ ଦୃଷ୍ଟିରେ ରଖି ଦଣ୍ଡ ବିଧାନ କୋହଳ କରିବାକୁ ଅଦାଲତରେ ଅନୁରୋଧ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ