ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୭୮ ତମ ଜନ୍ମ ଜୟନ୍ତୀ ପାଳିତ
ଛତ୍ରପୁର, (ଦେବଦତ୍ତ ମହାରଣା):ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୭୮ ତମ ଜନ୍ମ ଜୟନ୍ତୀ ଅବସରରେ ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ଏସସି ସେଲ୍ ର ସଂଯୋଜକ ଭାଗିରଥି ବେହେରାଙ୍କ ନେତୃତ୍ୱରେ ସ୍ଥାନୀୟ ଅପର ବସଷ୍ଟାଣ୍ଡ ଠାରେ ଥିବା ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସ୍ମୃତି ଚାରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୂର୍ବତନ ସରପଂଚ ଟି. କ୍ରିଷ୍ଣା ରେଡ୍ଡୀ, କଂଗ୍ରେସ ନେତା କାଳିଆ ରାଉଳ ଓ ଛାତ୍ର ନେତା ମହେଶ କୁମାର ଗୌଡଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ ।