ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ ପାଳିତ
ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ ଆଜି ଭଞ୍ଜନଗର ରେ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ ଉତ୍ସବରେ ଦକ୍ଷୀଣ ଘୁମୁସର ବନଖଣ୍ଡ ଅଧିକାରୀ ଦିଲୀପ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅବସର ପ୍ରାପ୍ତ ଅଧ୍ୟକ୍ଷ କୃତିବାସ ବିଶାଳ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଏସ୍ଡିପିଓ ଶୁଭ୍ରାଂଶୁ ମିଶ୍ର, ଆଇଆଇସି ସୁଦୀପ୍ତ ସାହୁ, ସୁବାସ ଚନ୍ଦ୍ର ପ୍ରଧାନ, ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସୁଲାପାଣି ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ, ଏହି ଅବସରରେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବାବୁଲା ପ୍ରଧାନ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଅନୁପମ ବାନାର୍ଜୀ, ଶିବରାମ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


