ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ଗୋଷ୍ଠୀ ହାତାହାତି ୨ପୃଥକ ମାମଲା ରୁଜୁ

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ପାଟଣା ସାହିରେ ଗୁରୁବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଯୁବକଙ୍କ ପଥର ମାଡ଼ରେ ଅନ୍ୟ ଗୋଷ୍ଠୀର ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ପାଟଣା ସାହିର ଦିପୁ ଦାସ (୨୨) । ଏ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୨୬୨/୨୫ ଓ ୨୬୩/୨୫ ରେ ୨ଟି ପୃଥକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି।
ପୁଲିସ ସୂଚନା ପ୍ରକାରେ, ଗୁରୁବାର ରାତ୍ର ପ୍ରାୟ ସାଢେ ୧୦ ଟାରେ ହିଞ୍ଜିଳିକାଟୁ ପୈାରାଞ୍ଚଳ ପାଟଣା ସାହିର ୨ ଗୋଷ୍ଠୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଗୋଟିଏ ଗୋଷ୍ଠୀର ସାଗର ଦାସ ଓ ତାଙ୍କ ମାଆ ଓ ଭଉଣୀ ମିଶି ଅପର ଗୋଷ୍ଠୀର ଦିପୁଙ୍କୁ ମାଡ ମାରିଥିଲେ। ପରେ ସାଗର ଏକ ପଥରରେ ଦିପୁଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଦିପୁ ଗୁରୁତର ଆହତ ହୋଇ ଚେତା ଶୂନ୍ୟ ହୋଇ ଘଟଣା ସ୍ଥଳରେ ପଡି ଯାଇଥିଲେ। ଦିପୁଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରି ଆକ୍ରମଣକାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଆହତ ଦିପୁ ଙ୍କ ପରିବାର ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ଓ ପରେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଥିଲା। ଆହତ ଦିପୁଙ୍କ ଭାଇ ତପୁ ଦାସଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ-୨୬୨/୨୫ ରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ଦିପୁ ମଦ୍ୟପାନ କରି ସେହି ସାହିର ସାଗର ଦାସଙ୍କ ଭଉଣୀ ଅନିତା ଦାସଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଅସଦାଚରଣ କରିଥିଲେ ବୋଲି ଅନିତା ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୨୬୩/୨୫ ରେ ଆଉ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ କରୁଥିବା ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ସୂତ୍ରରୁ ପ୍ରକାଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ