ପୃଥକ୍‌ ଏନକାଉଣ୍ଟରରେ ୧୦ ଆତଙ୍କବାଦୀ ମୃତ

କରାଚୀ : ପାକିସ୍ତାନରେ ଦୁଇଟି ପୃଥକ ଏନକାଉଣ୍ଟରରେ ୧୦ ଆତଙ୍କବାଦୀ ମୃତ୍ୟୁବରଣ କରିଛନ୍ତି । ସ୍ଥାନୀୟ ମିଡିଆ ଏବଂ ସେନାବାହିନୀ ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ ବୁଧବାର ରାତିରେ ଏହି ଦୁଇ ଏନକାଉଣ୍ଟର ସଙ୍ଗଠିତ ହୋଇଥିଲେ । ପାକିସ୍ତାନର ଦତା ଖେଲ ଏବଂ ଉତ୍ତର ଓ୍ବଜିରସ୍ତାନରେ ଏହି ଦୁଇ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଓ୍ବଜିରସ୍ତାନର ଖାଇବର୍‌ ପ୍ରଦେଶରେ ସଙ୍ଗଠିତ ଏନକାଉଣ୍ଟରରେ ୬ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ସୁରକ୍ଷା ଅଧିକାରୀ ପ୍ରାଣ ହରାଇଥିଲେ । ସେହିପରି ଦତା ଖେଲରେ ସଙ୍ଗଠିତ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ