ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ଥାନା ଆଡ଼ାସିପଡା ପଞ୍ଚାୟତର କାବରା ଗ୍ରାମର ସନାତନ ସାହୁ (୬୦)ଙ୍କର ମଙ୍ଗଳବାର ପୂର୍ବାହ୍ନରେ ମୃତ୍ୟୁ ହୋଇଛି। ସେ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ। ଏନେଇ ଖଜୁରିପଡା ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିବା ପରେ ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ସନାତନଙ୍କୁ ଉଦ୍ଧାର କରିବା ପାଇଁ ଖଜୁରିପଡ଼ା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ହୋଇସାରିଥିଲା। ପ୍ରାଥମିକ ତଦନ୍ତରେ ସନାତନଙ୍କ ବାତ ଜନୀତ ରୋଗ ଥିବା ଜଣାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ