ପୋଖରୀରେ ବୁଡି ବୃଦ୍ଧ ମୃତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ) :-ମଙ୍ଗଳବାର ଅପରାହ୍ନରେ ହିଞ୍ଜିଳି ଥାନା ବୁରୁପୋଡା ବେଲବନ୍ଧ ପାଣିରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ବୁରୁପୋଡା ପ୍ରଧାନ ସାହିର କାମ୍ପ ପ୍ରଧାନ (୬୫) । ଏ ନେଇ ହିଞ୍ଜିଳି ଥାନାରେ ନମ୍ବର ୧୩/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ବୃଦ୍ଧ ଜଣଙ୍କ ମଙ୍ଗଳବାର ଅପରାହ୍ନରେ ଗାଧୋଇବାପାଇଁ ଗ୍ରାମ ବେଲବନ୍ଧକୁ ଯାଇଥିବା ବେଳେ ପୋଖରୀ ଭିତରେ ଗୋଡ ଖସି ବୁଡି ଯାଇଥିଲେ । ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀ ଷ୍ଟେସନ ଅଧିକାରୀ ଗୈାତମ ସାହୁ ଓ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପୋଖରୀ ମଧ୍ୟରୁ ବୃଦ୍ଧଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ହିଞ୍ଜିଳି ପୋଲିସ ଡ଼ାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିବା ଥାନା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି ।