ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ) :-ଶୁକ୍ରବାର ଅପରାହ୍ନରେ ହିଞ୍ଜିଳି ଥାନା ଶାସନଆମ୍ବଗାଁ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ ଖତାଡି ସାହିର ଭୋଳା ସ୍ୱାଇଁ (୩୫) । ଏ ନେଇ ହିଞ୍ଜିଳି ଥାନାରେ ନମ୍ବର ୧୮/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଛି । ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ଯୁବକ ଜଣକ ଗାଧୋଇବା ପାଇଁ ଗ୍ରାମ ପୋଖରୀକୁ ଯାଇଥିଲେ । ଅସାବଧାନତା ବଶତଃ ପୋଖରୀ ପାଣିରେ ବୁଡି ଯାଇଥିଲେ । ଯୁବକ ଜଣଙ୍କ ବହୁ ସମୟ ଧରି ଘରକୁ ନଫେରିବାରୁ ପରିବାର ସଦସ୍ୟ ଖୋଜାଖୋଜି କରିଥିଲେ । ପୋଖରୀ ନିକଟରେ ଯୁବକଙ୍କ ପ୍ୟାଣ୍ଟ୍ ପଡ଼ିଥିବା ଦେଖି ପୋଖରୀ ପାଣିରେ ବୁଡି ଯାଇଥିବା ସନ୍ଦେହ କରି ଉଦ୍ଧାର ସକାଶେ ହିଞ୍ଜିଳିକାଟୁ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ଅଧିକାରୀ ଗୈାତମ ସାହୁଙ୍କ ତତ୍ତ୍ଵାବଧାନରେ କର୍ମଚାରୀ ମାନେ ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ ମଧ୍ୟ ଯୁବକଙ୍କ ସନ୍ଧାନ ମିଳିନଥିଲା । ଶନିବାର ସକାଳେ ପୋଖରୀ ପାଣିରେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖି ଗାଁ ଲୋକେ ହିଞ୍ଜିଳି ଥାନାକୁ ଖବର ଦେଇଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ