ପୋଖରୀରେ ବୁଡ଼ି ବୃଦ୍ଧ ମୃତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ମଙ୍ଗଳବାର ସକାଳେ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମର ବୃଦ୍ଧ ଉଦୟ ପ୍ରଧାନ(୬୨) ଗ୍ରାମ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି । ପ୍ରତିଦିନ ପରି ଉଦୟ ମଙ୍ଗଳବାର ଭୋରରୁ ସ୍ନାନ କରିବା ସକାଶେ ଗ୍ରାମ ନିକଟସ୍ଥ ପୋଖରୀକୁ ଯାଇ ଫେରିନଥିଲେ । ସକାଳେ ଗ୍ରାମର କିଛି ଲୋକ ସଂପୃକ୍ତ ପୋଖରୀରେ ଗାଧୋଉଥିବା ବେଳେ ଜଣେ ବ୍ୟକ୍ତିର ଗୋଡ଼ରେ ବୃଦ୍ଧଙ୍କ ମୃତ ଦେହ ଲାଗିବାରୁ ଗ୍ରାମବାସୀଙ୍କ ସହାୟତାରେ ବୃଦ୍ଧଙ୍କ ମୃତ ଦେହକୁ ଉଦ୍ଧାର କରିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପଂହଚି ମୃତଦେହକୁ ଜବତ କରିଛି । ଏ ନେଇ ହିଞ୍ଜିଳି ଥାନାରେ ନଂ- ୨୪/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ ।