ପୋଲସରରେ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ
ପୋଲସରା,(ଯୁଗାବ୍ଦ ନ୍ୟୁଜ୍):ପୋଲସରା ଅଞ୍ଚଳର ବିଭିନ୍ନ ଅନୁଷ୍ଠାନରେ ପାଳିତ ହୋଇଥିବା ୭୧ ତମ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିବା ଜଣାପଡ଼ିଛି। ହାତୀଓଟ ଓଡିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଟିତ ୭୧ ତମ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ହାତୀଓଟ ଗ୍ରାମ ପାଞ୍ଚାୟତ କାର୍ଯ୍ୟାଳୟ, ପୋଲସରା ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ଓ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ମଧ୍ୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ଅପରାହ୍ନରେ ଜା ଡେଙ୍ଗାପଦର ଗ୍ରାମରେ ୭୧ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଅନୁଷ୍ଠିତ ସାସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ।


