ପୋଲସରାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀଙ୍କ ପୋଲସରା ଏନଏସି ରୁ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପୌରପାଳିକାକୁ ବଦଳି ହୋଇଥିବା ବେଳେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା ଭୁବନେଶ୍ୱର ବି.ଏମ.ସି. ଅଫିସରୁ ବଦଳି ହୋଇ ପୋଲସରା ଏନଏସି ଅଫିସରେ ଯୋଗଦେଇଛନ୍ତି। ଜାନୁଆରୀ ୧୭ ତାରିଖ ଦିନ ବିଧିବଦ୍ଧ ଭାବେ ପୋଲସରା ଏନଏସି ପକ୍ଷରୁ ଅଧ୍ୟକ୍ଷା ସଂଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ସମସ୍ତ କାଉନସିଲର ବୃନ୍ଦ ଓ କର୍ମଚାରୀ ବୃନ୍ଦ ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମାଝୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିବା ବେଳେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଜେନାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ