ପୋଲସରା ଉପବନାଞ୍ଚଳ ଅଧିକାରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
ପୋଲସରା – ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ପୋଲସରା ବନାଞ୍ଚଳର ଅଧିକାରୀ ରମେଶ ଚନ୍ଦ୍ର ସାହୁ ଶୁକ୍ରବାର ଦିନ ଅବସର ଗ୍ରହଣ କରୁଥିବା ଯୋଗୁଁ ବିଭାଗ ପକ୍ଷରୁ ଶ୍ରୀ ସାହୁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇ ରମେଶ ଚନ୍ଦ୍ର ସାହୁଙ୍କୁ ସମ୍ବର୍ଦ୍ଧିତ କରିଥଲେ। ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେହୁରା ଅଧ୍ୟକ୍ଷତା କରିଥିବା ବେଳେ ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦି, ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଳିକ, ପୋଲସରା ବନାଞ୍ଚଳ ଅଧିକାରୀ ସଚିନ କୁମାର ପ୍ରଧାନଙ୍କ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ସମସ୍ତ ବନାଞ୍ଚଳ କର୍ମଚାରୀ ବୃନ୍ଦ ଯୋଗ ଦେଇଥିଲେ ।