ପୋଲସରା ଏନଏସିରେ ମାନ୍ୟବର ଶ୍ରମ ମନ୍ତ୍ରୀଙ୍କ କାର୍ଯ୍ୟକ୍ରମ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ୬, ୪, ୫ ଓ ୧୬ ନମ୍ବର ୱାର୍ଡରେ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରି ବିଭିନ୍ନ ସମସ୍ୟା ନେଇ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ପୋଲସରା ଏନଏସି ର ୱାର୍ଡ ନଂ-୬ ବାଲିଘାଇର ୨୧ ବର୍ଷ ବୟସ୍କ ପବନା ନାହାକ କେରଳରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ପୋଲସରାରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପହଞ୍ଚି ପ୍ରଥମେ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହାପରେ ମନ୍ତ୍ରୀ ଶ୍ରୀ ସାହୁ ପୋଲସରା ଏନ.ଏ.ସି. ର ୪, ୫ ଓ ୧୬ ନମ୍ବର ର ସିଦ୍ଧିପୁର, ବାଲିଘାଇ ଓ ପାଟିଗଡ ତିନି ଗୋଟି ୱାର୍ଡକୁ ଯାଇଥିଲେ। ବିଭିନ୍ନ ସ୍ଥାନରେ ଜନସାଧାରଣ ମାନ୍ୟବର ମନ୍ତ୍ରୀଙ୍କୁ ସ୍ୱାଗତ ସମର୍ଦ୍ଧାନ ପ୍ରଦାନ କରିଥିଲେ । ଏଥିସହ ମନ୍ତ୍ରୀ ମହୋଦୟ ଲୋକଙ୍କ ସମସ୍ୟା ବୁଝିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ସମସ୍ତ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ କୁମାର ପ୍ରଧାନଙ୍କ ସମେତ କାଉନସିଲର ବୃନ୍ଦଙ୍କ ସମେତ ଜନସାଧାରଣ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ