ପୋଲସରା ଏନଏସି ରେ ୪୦୦ ଜଣଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟିଲେ ବିଧାୟକ

ବୁଗୁଡ଼ା, (ଅନିଲ କୁମାର ମହାରଣା) :  ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୧୨ ତାରିଖ ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ ) ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ଡିସେମ୍ବର ୧୩ ତାରିଖ ଦିନ ପ୍ରଥମ ଦିନରେ ପୋଲସରା ଏନେସିରେ ୩ ଗୋଟି ୱାର୍ଡ ରେ ୪୦୦ ଜଣ ହିତାଧିକାରୀଙ୍କୁ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ପୋଲସରା ଏନଏସି ଇଓ ପ୍ରଶନ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ, ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା, ପୂର୍ବତନ ନଗରପାଳ ପ୍ରଫୁଲ କୁମାର ପ୍ରଧାନ, ସାଂସଦ ପ୍ରତିନିଧି ମୋଚିରାମ ସାହୁ, ରଞ୍ଜିତ ପ୍ରଧାନ ଓ ସନ୍ତୋଷ କୁମାର ବେହେରା ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ ବୃନ୍ଦ ସ୍ମାର୍ଟ କାର୍ଡ ବଣ୍ଟନର ସହଯୋଗ କରିଥିଲେ । ଆସନ୍ତା କାଲି ମଧ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟ ଚାଲୁ ରହିବ ବୋଲି ଜଣାପଡ଼ିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ