ପୋଲସରା ଏନଏସି ରେ ୭୫ ଜଣଙ୍କୁ ମଧୁବାବୁ ଭତ୍ତା

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କୋଣାର୍କ କଲ୍ୟାଣ ମଣ୍ଡପରେ ଫେବୃୟାରୀ ୨୯ ତାରିଖ ଦିନ ୭୫ ଜଣ ହିତାଧିକାରୀଙ୍କୁ ମଧୁବାବୁ ଭତ୍ତା ବଣ୍ଟନ ହୋଇଯାଇଛି। ପୋଲସରା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତ୍ୟେକ ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏଁ ମୋଟ ୭୫ ହଜାର ଟଙ୍କାର ଚେକ ବଣ୍ଟନ କରିଥିଲେ। ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ସଙ୍ଗିତା ବେହେରା ଓ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା ଯୋଗ ଦେଇଥିଲେ। ଏଥିସହ ବିଭିନ୍ନ ୱାର୍ଡ଼ର କାଉନସିଲର ଓ ହିତାଧିକାରୀ ବୃନ୍ଦ ଯୋଗଦେଇଥିଲେ। ଏନଏସି କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ