ପୋଲସରା ଏନ.ଏ.ସି.ରେ “ଆମ ଓଡ଼ିଶା, ନବୀନ ଓଡିଶା” (ସହରୀ) ସଚେତନତା ଶିବିର
ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ଏନ.ଏ.ସି. ରେ ଫେବୃୟାରୀ ୧୯ ତାରିଖ ଦିନ “ଆମ ଓଡ଼ିଶା ନବୀନ ଓଡିଶା” (ସହରୀ) ଆନୁକୂଲ୍ୟରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀ ଏହି ସଚେତନତା କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ସହରାଞ୍ଚଳ ପାଇଁ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଜନସାଧାରଣଙ୍କୁ ବୁଝାଇବା ସହ ତାହାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ। ପୋଲସରା ଏନଏସି ଅଧ୍ୟକ୍ଷା ସଂଗୀତା ବେହେରା, ଏନ୍ଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ବିଧାୟକ ପ୍ରତିନିଧି ପ୍ରଫୁଲ କୁମାର ପ୍ରଧାନ, ସୁକାନ୍ତି ସାହୁ ଓ ଅନ୍ୟାନ୍ୟ କାଉନସିଲର ବୃନ୍ଦ ଅତିଥି ଭାବେ ଯୋଗ ଦେଇଥିଲେ। ଭଗବାନ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ସଚେତନତା ଶିବିରରେ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଓ ମହିଳା ଗୋଷ୍ଠୀଙ୍କ ପକ୍ଷରୁ ଷ୍ଟଲ ଖୋଲାଯାଇ ନିଜ ବିଭାଗର ଯୋଜନା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ।