ପୋଲସରା ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପୋଲସରା,(ଅନିଲ କୁମାର ମହାରଣା) :ଗଞ୍ଜାମ ଜିଲ୍ଲାର ପୋଲସରା ଏନଏସିର ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଜାନୁଆରୀ ୮ ତାରିଖ ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୋନାଲିଶା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ କ୍ରୀଡା ଓ ଶିକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହ ଭବିଷ୍ୟତରେ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ବାର୍ଷିକ ଉତ୍ସବରେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ପୋଲସରା ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀ, ଷ୍ଟେଟବ୍ୟାଙ୍କ ଶାଖା ପରିଚାଳକ ଲକ୍ଷ୍ମଣ ଚନ୍ଦ୍ର ମୁର୍ମୁ, ସମାଜସେବୀ ରାଜେନ୍ଦ୍ର କୁମାର ପ୍ରଧାନ, ପୂର୍ବତନ ଏନଏସି ଅଧ୍ୟକ୍ଷ ପ୍ରଫୁଲ କୁମାର ପ୍ରଧାନ ଓ ଏସଏମସି ସଭାପତି ରତ୍ନାକର ସାହୁ ଯୋଗ ଦେଇଥିଲେ। ଡକ୍ଟର ଅମରେଶ ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ପ୍ରଭାକର ପ୍ରଧାନ ଏବଂ ଅନ୍ୟାନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଦସ୍ୟ ଓ ସଦସ୍ୟା ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ