ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୂପାନ୍ତରଣ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ

ପୋଲସରା, (ଅନିଲ କୁମାର ମହାରଣା):ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି ହୋଇଛି। ଡାକ୍ତର ଅଭାବ ଦୂରୀକରଣ ପାଇଁ ନୂତନ ମେଡ଼ିକାଲ କଲେଜ ସ୍ଥାପନ, ଜଟିଳ ସ୍ୱାସ୍ଥ୍ୟସେବା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ ପ୍ରଭୃତି ସହ ପ୍ରଥମ ପର୍ଯ୍ୟାୟରେ ୧୫ ଟି ଜିଲ୍ଲାର ୭୩ ଗୋଟି ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଫାଇଭି ଟି ମାଧ୍ୟମରେ ” ଆମ ହସପିଟାଲ” ଯୋଜନାରେ ରୂପାନ୍ତରଣ କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଥିବା ବେଳେ ଫାଇଭ ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିୟାନ ଉପସ୍ଥିତ ଥିଲେ। ଉଦଘାଟିତ ହୋଇଥିବା ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରୁ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅନ୍ୟତମ। ପୋଲସରାରେ ବିଡ଼ିଓ କୁରେଶ ଚନ୍ଦ୍ର ଜାନୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମ ବେଳେ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମେତ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ବୃନ୍ଦ, ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଋଷି ମାଝୀ, ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକ ପ୍ରମୁଖଙ୍କ ସମେତ ନିର୍ବାଚିତ ପ୍ରତିନିଧି ବୃନ୍ଦ ଓ ଜନସାଧାରଣ ଉପସ୍ଥିତ ଥିଲେ। ବ୍ଲକ,ମେଡ଼ିକାଲ ଓ ଏନଏସି କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ