ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ର ଜନସମ୍ପର୍କ ପଦଯାତ୍ରା ଆରମ୍ଭ

ପୋଲସରା, (ଅନିଲ କୁମାର ମହାରଣା):ରାଜ୍ୟ ବିଜୁ ଜନତା ଦଳର ନିଷ୍ପତ୍ତି ପ୍ରକାରେ ପୋଲସରା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧୀ ଜୟନ୍ତୀ ଦିନ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଯାଇଛି। ପୋଲସରା ବିଧାୟକ ତଥା ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ପୋଲସରା ବ୍ଲକର ଚିରିକିପଡା ଶାସନ ଗ୍ରାମରୁ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇ ଭାବରଡା, ରାଆଣ୍ଡି, ମାଳତେନ୍ତୁଳିଆ, ନିମିନା, ବରଗାଁ, ମଧୂପଲ୍ଲୀ ଗ୍ରାମ ପରିକ୍ରମା କରି ସୁନାରିବୁଗୁଡା ଠାରେ ଶେଷ ହୋଇଥିଲା। ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପ୍ରତ୍ୟେକ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର ଯୋଜନା ବିଷୟ ଜନସାଧାରଣଙ୍କୁ ଅବଗତ କରାଇବା ସହ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ମନ୍ତ୍ରୀ ଶ୍ରୀ ସାହୁଙ୍କ ସମେତ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ, ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା, ପୋଲସରା ନିର୍ବାଚନ ମଣ୍ଡଳୀ ବିଜୁ ଯୁବ ଜନତା ଦଳ ସଭାପତି ସୁଶାନ୍ତ କୁମାର ପୋଲାଇ, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଝୁନୁ ଦାସ, ଓ ବିକ୍ରମ କୁମାର ନାୟକ, ପୋଲସରା ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ପୋଲସରା ବ୍ଲକ ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ସଂଯୁକ୍ତା ବାଡ଼ତ୍ୟା ଙ୍କ ସମେତ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବର ଏବଂ କର୍ମୀ ଓ ସମର୍ଥକ ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ