ପୋଲସରା ବ୍ଲକରେ ୪୭୨ ଜଣଙ୍କୁ ବିଭିନ୍ନ ଭତ୍ତା ବଣ୍ଟନ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲାର ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମଧୁବାବୁ ପେନସନ ଯୋଜନାରେ ନୂତନ ଭାବେ ୪୧୪ ଜଣହିତାଧିକାରୀଙ୍କ ସମେତ, ଇନ୍ଦିରା ଗାନ୍ଧୀ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ୩୮ ଜଣ ଓ ଇନ୍ଦିରା ଗାନ୍ଧୀ ବିଧବା ଭତ୍ତା ଯୋଜନାରେ ୨୦ ଜଣ ହିତାଧିକାରୀଙ୍କୁ ମିଶାଇ ମୋଟ ୪୭୨ ଜଣ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କାରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ। ପୋଲସରା ବିଡ଼ିଓ କୈଳାଶ ଚନ୍ଦ୍ର ମୁର୍ମୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକଙ୍କ ସମେତ ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ଭଗବାନ ସାହୁ, ଅସପ୍ତ ରାଉତ, ପବିତ୍ର ରାଉତ, ଉତ୍କଳ ପ୍ରଧାନ, ବିରେନ କୁମାର ସେଠୀ, ସଂଯୁକ୍ତା ବାଡ଼ତ୍ୟା, ରାଜେନ୍ଦ୍ର ପ୍ରଧାନ ଓ ଅନ୍ୟମାନେ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ