ପୋଲସରା ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପୋଲସରା,(ଯୁଗାବ୍ଦ ନ୍ୟୁଜ୍‌): ସ୍ଥାନୀୟ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜିତା ସାହୁ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ପୂର୍ବତନ ନଗରପାଳ ପ୍ରଫୁଲ କୁମାର ପ୍ରଧାନ, ପୋଲସରା ବିଇଓ ତ୍ରିଲୋଚନ ତ୍ରିପାଠୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶନ କୁମାର ଦାଶ,ଏବିଇଓ ବାଳକୃଷ୍ଣ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।ଅତିଥି ବୃନ୍ଦ କୃତିତ୍ୱ ଅର୍ଜନ କରିଥିବା ବିଭିନ୍ନ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ। ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ