ପୋଷଣ ମାସ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟ ପକ୍ଷରୁ ପ୍ରକଳ୍ପ ସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ଛତ୍ରପୁର ସିଡିପିଓ କ୍ରିଷ୍ଣା କୁମାରୀ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାଧନ ଚନ୍ଦ୍ର ଦାସ ଓ ଏନଓପି ର ମୁଖ୍ୟ ଅଧିକାରୀ ଅରୁଣ କୁମାର ନାୟକ ଯୋଗ ଦେଇ ପୋଷଣ ମାସ ସଂପର୍କରେ ଅବଗତ କରାଇବା ସହ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଉପସ୍ଥିତ ଥିବା ମାଆ ମାନଙ୍କୁ କୁହାଯାଇଥିଲା । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କିଶୋରୀ ଓ ମାଆ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏଥି ସହ ପୃଷ୍ଟିକର ଖାଦ୍ୟ ମଧ୍ୟ ପ୍ରଦର୍ଶନ କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ କାର୍ଯ୍ୟାଳୟର ସୁପରଭାଇଜର,ଅଙ୍ଗନବାଡି କର୍ମୀ,ସଂଘର ସଦସ୍ୟା. ମାଆ ମାନେ ଓ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ