ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ସରକାରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ବସନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟର୨୮୭ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ବିତରଣ କରାଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବା ବେଳେ ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ