ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ
ବ୍ରହ୍ମପୁର, (ଯୁଗାବ୍ଦ ନ୍ୟୁଜ) : ଗଞ୍ଜାମ ଜିଲ୍ଲା ହରିଡାଖଣ୍ଡି ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟତୀ କଳ୍ପନା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ପୋଷାକ ଓ ବୁଟ ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସି ଆର ସି ସି ଜୟସେନ ଯୋଗ ଦେଇଥିବାବେଳେ ମୁଖ୍ୟ ବକ୍ତା ଭାବେ ସାମ୍ବାଦିକ ଅନିଲ କୁମାର ଚୌଧୁରୀ ଓ ବିଦ୍ୟାଳୟ ସଭାପତି କୃଷ୍ଣଚନ୍ଦ୍ର ବେହେରା ଯୋଗଦେଇ ପୋଷାକ ଓ ବୁଟ ବଣ୍ଟନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ଅଭିଭାବକମାନେ ଯୋଗ ଦେଇଥିଲେ ।


