ପୌରାଂଚଳ ୨ ଉଚ୍ଚ ବିଦ୍ୟାଳୟର ଭିତିମୂମି ଯାଂଚ କଲେ ଜିଲ୍ଲାପାଳ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୂଳ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଶନିବାର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ପୌରାଂଚଳ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ପଂହଚି ବିଦ୍ୟାଳୟର ଆବଶ୍ୟକୀୟ ଭିତିଭୂମିର ତଦାରଖ କରିଥିଲେ । ଆବଶ୍ୟକୀୟ ଅନ୍ୟାନ କାର୍ଯ୍ୟକ୍ରମ ସମ୍ପର୍କରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଦୀର୍ଘ ୯ମାସ ପରେ ବିଦ୍ୟାଳୟରେ ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କ ସକାଶେ ଶିକ୍ଷ।।ଦାନ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ବେଳେ ୧୦ମ ଶ୍ରେଣୀ ଶ୍ରେଣୀ ପ୍ରକୋଷ୍ଠରେ ପଂହଚି ଶିକ୍ଷାର୍ଥୀଙ୍କ ସାମାଜିକ ଦୂରତ୍ୱ ରକ୍ଷା, ମାସ୍କ ପରିଧାନ କରିଥିବାର ଦେଖି ଖୁସିବ୍ୟକ୍ତ କରିଥିଲେ । କିଛି ସମୟ ସକାଶେ ଶିକ୍ଷାର୍ଥୀ ମାନଙ୍କ ସହ ଶିକ୍ଷାଦାନ ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲାପାଳଙ୍‌କ ଗ୍ରସ୍ତ ସମୟରେ ଜିଲ୍ଲା ଶିକ୍ଷାଧିକାରୀ ଅମୁଲ୍ୟ କୁମାର ପ୍ରଧାନ, ସର୍ବଶିକ୍ଷା ଅଭିଯାନ ଜିଲ୍ଲା ପ୍ରକଳ୍ପ ସଂଯୋଜକ ତଥା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତି, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନି ର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି, ପୌର କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ, ଦିଲ୍ଲିପ କୁମାର ମିଶ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ । ପ୍ରକାଶ ଥାଉକି, ଏଥି ପୂର୍ବରୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ରଘୁରାମ ଆୟାର ଓ ଜିଲ୍ଲାପାଳ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ବ୍ଳକର ୨୩ଟି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସକାଶେ ବିଭାଗୀୟ ଅଧିକାରୀ ଓ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତାଙ୍କ ସହ ଆଲୋଚନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ