ପୌର କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କଲେ ବିଧାୟକ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): ୭୫ତମ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା କେନ୍ଦ୍ରାପଡା ପୌରସଂସ୍ଥା କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ । ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମାଜର ମଙ୍ଗଳ ପାଇଁ କାର୍ଯ୍ୟ କରିବା ପାଇଁ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଥିଲେ । ସମାଜର କୁସଂସ୍କାରଠାରୁ ଦୂରରେ ରହି କେନ୍ଦ୍ରାପଡାର ବିକାଶ କରିବାକୁ କହିଥିଲେ ବିଧାୟକ ଶ୍ରୀ ବେହେରା । ଏହି ଉତ୍ସବରେ ପୌର ପ୍ରଶାସକ ତଥା ଉପଜିଲ୍ଲାପାଳ ନିରଞ୍ଜନ ବେହେରା, ପୌରନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳଙ୍କ ସମେତ ପୌରକର୍ମଚାରୀମାନେ ଉପସ୍ଥିତଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ