ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଳକ ଅନ୍ତର୍ଗତ କରଚୁଲି ରାଜସ୍ୱ ଗ୍ରାମ ଅନ୍ତର୍ଗତ ଗୁଡିସାହି ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହି ନିର୍ଦ୍ଦେଶ କ୍ରମେ ଗୁଦୁସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜନାର୍ଦ୍ଦନ ନାୟକ ଓ କହ୍ନେଇପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜ୍ଞାନୀ ପଟ୍ଟନାୟକ ଲୋଗୋ ଉନ୍ମୋଚନ କରିଥିଲେ । ଏହି କର୍ଯ୍ୟକ୍ରମରେ ଏସଏମସି ସଭାପତି ସନ୍ତୋଷ କୁମାର ବେହେରା, ସିଆରସିସି ପ୍ରଫୁଲ କୁମାର ସାହୁ, ବିଦ୍ୟାଳୟର ସହକାରୀ ଶିକ୍ଷକ ଗଣେଶ ବେହେରା ଓ ଛାତ୍ରଛାତ୍ରୀ ବୃନ୍ଦ ଯୋଗ ଦେଇଥିଲେ। ଏହି ଅବସରରେ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ