ପ୍ରତିରକ୍ଷା ବିଭାଗର ଆଉ ଏକ ସଫଳତା
ଚାନ୍ଦିପୁର- ବୁଧବାର ଚାନ୍ଦିପୁରରେ ଥିବା ୩ ନମ୍ବର ଲଞ୍ଚପ୍ୟାଡ଼ରୁ ସକାଳ ୮.୪୫ରେ ସୁପରସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସ ପରୀକ୍ଷା କରାଯାଇଥିବା ଜଣାପଡିଛି । ଏହି ପରୀକ୍ଷା ପାଇଁ ପ୍ରତିରକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରିଯାଇଥିଲା । ଋଷ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଯେକୌଣସି ପରିସ୍ଥିତିରେ ସ୍ଥଳଭାଗ, ଯୁଦ୍ଧ ଜାହାଜ ଓ ରେଳ ଲଞ୍ଚରରୁ ଉତକ୍ଷେପଣ କରାଯାଇପାରିବ। ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମୋସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଂଜିନ ବ୍ୟବହାର କରାଯାଇଛି । ୩ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଥିବା ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ, ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ୟ୍ୟନ୍ତ ଟାର୍ଗେଟ ହିଟ କରିପାରିବାର କ୍ଷମତା ରଖିଛି ।


