ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଯାଜପୁର: ଯାଜପୁର ଜିଲା ରାହାସ ଗୁହାଳି ସ୍ଥିତ ଭାସ୍କର ସାମଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରପୁଂଲ୍ଲ କୁମାର ବେହେରା ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସରକାରୀ ଦଳର ମୁଖ୍ୟ ସଚେତକ ତଥା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିକ୍ଷକଙ୍କ ଆଦର୍ଶ ସଂପର୍କରେ ଆଲୋଚନା କରିବା ସହିତ ବିଦ୍ୟାଳୟର ସର୍ବାଙ୍ଗିନ ଉନ୍ନତି ପାଇଁ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ଅନ୍ୟତମ ଅତିଥି ଭାବେ ବିଂଝାରପୁର ବ୍ଲକ ଅଧ୍ୟକ୍ଷ ନନ୍ଦ କିଶୋର ସାମଲ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ବିଦାୟୀ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା । ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ବହୁ ବରିଷ୍ଠ ନାଗରିକ, ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଏବଂ ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ରହି ପ୍ରଧାନଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ