ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଗାଙ୍ଗପୁର, (ସନ୍ତୋଷ ବିଶୋଇ) :ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତରଫରୁ ବିଦାୟୀ ପ୍ରଧାନ ଶିକ୍ଷକ ଅଶୋକ କୁମାର ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ବିଦ୍ୟାଳୟର ବରିଷ୍ଠା ଶିକ୍ଷୟିତ୍ରୀ ଅଳକା କୁମାରୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ବକ୍ତା ଭାବେ ଷୁଣ୍ଡିପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିବନ୍ଧୁ ବିଷୋୟୀ ମୁଖ୍ୟ ବକ୍ତ ଭାବେ ଯୋଗ ଦେଇ ଅଶୋକ ସାର୍ ଙ୍କ ସମ୍ପର୍କରେ ସ୍ଵରଚିତ ଏକ କବିତା ପାଠ କରିଥିଲେ I କେଶପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ପ୍ରଧାନ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଧାନଙ୍କ ନିଷ୍ଠାପର କାର୍ଯ୍ୟଧାରା ସମ୍ପର୍କରେ ବକ୍ତବ୍ୟ ରଖିବା ସହ ବିଦ୍ୟାଳୟର ଶିକ୍ଷୟିତ୍ରୀ ଅଳକା ପଣ୍ଡା, ଶିକ୍ଷକ ପ୍ରଭାକର ବିଷୋୟୀ, ପ୍ରଭାତ କୁମାର ମିଶ୍ର ପ୍ରମୁଖ ଅଶୋକ ସାର୍ ଙ୍କ ସହ ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ I ବରିଷ୍ଠ ଶିକ୍ଷୟିତ୍ରୀ ଅଳକା କୁମାରୀ ପଣ୍ଡାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଶ୍ରୀ ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଏବଂ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ I ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସ ସଂଯୋଜନା କରିଥିବା ବେଳେ ଛାତ୍ରଛାତ୍ରୀ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ I ଶିକ୍ଷୟିତ୍ରୀ ଯାଜ୍ଞସେନୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ