ପ୍ରଧାନ ଶିକ୍ଷକ ନାରାୟଣ ସାହୁଙ୍କୁ ଅବସର ସମ୍ବର୍ଦ୍ଧନା

ହାଟଡିହି, (ବିକାଶ ବିଶ୍ୱାଳ ) :ପୁର୍ବତନ ସିଆରସିସି ତଥା ନଟବର ସରକାରୀ ଉ.ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରାୟଣ ଚନ୍ଦ୍ର ସାହୁଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଗ୍ରାମର ବରିଷ୍ଠ ନାଗରିକ ବାମଦେବ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିିଥିଭାବେ ସମଣା ଗ୍ରାମପଞ୍ଚାୟତର ସରପଞ୍ଚ ପତିତ ପାବନ ନନ୍ଦ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ନାରାୟଣ ଚନ୍ଦ୍ର ଲେଙ୍କା, ସମ୍ମାନୀତ ଅତିଥି ଭାବେ ଶିକ୍ଷାବିତ ବିଦ୍ୟାଧର ତରେଇ, ପ୍ରଭାକର ବେହେରା, ଅକ୍ଷୟ ଖଟୁଆ, ହରିହର ଦାସ, ଅବସରପ୍ରାପ୍ତ ଶିକ୍ଷକ ଭୀମସେନ ନାୟକ, ଆର୍ତ୍ତତ୍ରାଣ ସାହୁ ପ୍ରମୁଖ ଯୋଗଦେଇ ପ୍ରଧାନ ଶିକ୍ଷକ ନାରାୟଣ ଚନ୍ଦ୍ର ସାହୁଙ୍କ କର୍ମମୟ ଜୀବନୀ ଉପରେ ଆଲୋକପାତ କରିବାସହିତ ସେ ଜଣେ କର୍ତ୍ତବ୍ୟନିଷ୍ଠ, ସମୟାନୁବର୍ତ୍ତିତା ଶିକ୍ଷକ ଭାବେ ତାଙ୍କ ଶିକ୍ଷକ ଜୀବନ ଅତିବାହିତ କରିବାସହ ଜଣେ ସଫଳ କୃତ୍ତି ଶିକ୍ଷକ ଭାବେ ସମଗ୍ର ବ୍ଲକରେ ପରିଚିତ ଥିଲେ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ତାଙ୍କୁ ବିଦ୍ୟାଳୟ ତରଫରୁ ଉପଢ଼ୌକନ ଓ ମାନପତ୍ର ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ସମଣା ଆଞ୍ଚଳିକ ସାଧନକେନ୍ଦ୍ରର ସଂଯୋଜକ ମୃତ୍ୟୁଞ୍ଜୟ ନନ୍ଦ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ବିଶ୍ୱଜିତ ସାହା ଅତିଥି ପରିଚୟ ଓ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରଭାତୀ ଓଝା, ସହ ଶିକ୍ଷୟତ୍ରୀ ଯୋଗମାୟା ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମଣା କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ