ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା
ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ଟିଲୋ ପଞ୍ଚାୟତ ତାଳପଦାସ୍ଥିତ ସାବିତ୍ରୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାଲତା ମହାପାତ୍ରଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟ ପରିସରରେ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କୈଳାସ ଚନ୍ଦ୍ର ସ୍ୱାଇଁଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ପୂର୍ବତନ ସହ ଗୋଷ୍ଠୀ ଶିକ୍ଷାଧିକାରୀ ଅମୂଲ୍ୟ କୁମାର ମିଶ୍ର, ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ସ୍ୱାଇଁ, ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଶଶୀ ଶେଖର କରଶର୍ମା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଗୋଲାପରାଣୀ ରାଉତ, ସରପଞ୍ଚ ସଂଗ୍ରାମ କେଶରୀ ଜେନା, ପୂର୍ବତନ ସରପଞ୍ଚ ନିହାରିକା ରାଉତ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅଶୋକ କୁମାର ଦାସ, ମୋ ସ୍କୁଲ କମିଟିର ଅଧ୍ୟକ୍ଷ ଅବ୍ୟକ୍ତ ଧଳ, ମହତାବ ମଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ଜେନା, ଗୌରାଙ୍ଗ ଧଳ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସୁଧାକର ଧଳ, ନାରାୟଣ ଚନ୍ଦ୍ର ଧଳ, ଅଙ୍ଗନୱାଡି କର୍ମୀ ସରୋଜିନୀ ପୃଷ୍ଟି, ସୁବାଷ ଚନ୍ଦ୍ର ଧଳ, ଚନ୍ଦ୍ର ଶେଖର ଧଳ, ପ୍ରଧାନ ଶିକ୍ଷୟିତ୍ରୀ କୁମୁଦିନୀ ପ୍ରଧାନ, ରଶ୍ମିତା ପରିଡା, ପରେଶ ଚନ୍ଦ୍ର ଦାଶ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ପଦ୍ମାବତୀ ଧଳ, ସାବିତ୍ରୀ ରଣା, ଆଲୁମିନି ସଦସ୍ୟ ମିନତୀ ଚକ୍ରଙ୍କ ସମେତ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରାକ୍ତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁକାନ୍ତ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପୁରାତନ ଓ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଅକ୍ଷୟ କୁମାର ସ୍ୱାଇଁଙ୍କ ସମେତ ପରିଚାଳନା କମିଟିର ସଭ୍ୟସଭ୍ୟା, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଗ୍ରାମବାସୀ ମାନେ ସହଯୋଗ କରିଥିଲେ ।


