ପ୍ରଫୁଲ୍ଲ କୁମାରୀ ମହିଳା ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ମହାବିଦ୍ୟାଳୟରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଅଷ୍ଟ ଦିବସୀୟ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷା ମାମା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ସୁପ୍ରଭା ନାୟକ ଉଦ୍ଘାଟନ କରିଥିଲେ I ପ୍ରଶିକ୍ଷିକା ସୁନିତା ସେଠୀ ଏବଂ ସୁରଭି ବେହେରା କାର୍ଯ୍ୟକ୍ରମର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ I ଅଧ୍ୟାପକ କୈଳାସ ଚନ୍ଦ୍ର ପାଢୀ ଏବଂ ରାଧାମାଧବ ପ୍ରଧାନ କାର୍ଯ୍ୟକ୍ରମକୁ ସଂଯାଜନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ