ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧଦିବସ ନିରାଡମ୍ବରରେ ପାଳିତ
କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ପ୍ରବାଦ ପୁରୁଷ ତଥା ମହାନ ଜନନାୟକ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସୂର୍ଗତ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ କେନ୍ଦ୍ରାପଡାରେ ନିରାଡମ୍ବର ଭାବରେ ପାଳିତ ହୋଇଯାଇଛି । ସାମ୍ପ୍ରତିକ ପରିସ୍ଥିତିରେ ସମଗ୍ର ମାନବ ସମାଜ କରୋନା ପରି ମହାମାରୀକୁ ମୁକାବିଲା କରୁଛି । ଏହାକୁ ଦୃଷ୍ଟିରେ ରଖି ବିଜୁବାବୁଙ୍କ କର୍ମଭୂମୀ କେନ୍ଦ୍ରାପଡାର ମେଡିକାଲ ଛକରେ ଥିବା ତାଙ୍କର ପ୍ରତିମୂର୍ତ୍ତିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ମାଲ୍ୟାର୍ପଣ କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ମାନସ କୁମାର ପରିଡା, କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ, ଯୁବ ବିଜେଡି ସଭାପତି ରାଜେଶ ପଣ୍ଡା, ଛାତ୍ର ବିଜେଡି ସଭାପତି ପ୍ରଦୀପ କୁମାର ସାହୁ, ପୂର୍ବତନ କାଉନସିଲର ହିରଣ୍ୟ ପଣ୍ଡା, ଯଯାତି କେଶରୀ ମହାନ୍ତି, ମଙ୍ଗଳ ବରଣ ସିଂ, ଗାୟତ୍ରୀ ମହାନ୍ତି, ଗୋପାଳ ମହାପାତ୍ର, ବଳଭଦ୍ର ପଣ୍ଡା, ବିଜୟ ମଣ୍ଡଳ, ସାହେବ ସାହିଲ ରାଉତ ପ୍ରମୁଖ ଯୋଗଦେଇ ସୂର୍ଗତ ପଟ୍ଟନାୟକଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।