ପ୍ରବାଦ ପୁରୁଷ ବିଜୁବାବୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସୂର୍ଗତ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସରରେ ସରକାରୀ ଆଇନଜୀବି ସଞ୍ଜୟ କୁମାର ଜେନାଙ୍କ ନେତୃତ୍ୱରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସମଗ୍ର ମାନବ ସମାଜ କରୋନା ମହାମାରୀ ସହିତ ଲଢେଇ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ସମସ୍ତେ ନିଜ ନିଜ ଘରେ ନିରାଡମ୍ବରରେ ଶ୍ରାଦ୍ଧଦିବସ ପାଳନ କରିଛନ୍ତି । କାର୍ଯ୍ୟକ୍ରମରେ ସମାଜସେବୀ ଧିରେନ୍ଦ୍ର କୁମାର ଦାସ, ସତ୍ୟବ୍ରତ ସିଂ, କିଶୋର ଚନ୍ଦ୍ର ପ୍ରଧାନ, ଅକ୍ଷୟପ୍ରିୟ ଦାସ ପ୍ରମୁଖ ଯୋଗଦେଇ ବିଜୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।