ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 25 ତମ ଶ୍ରାଦ୍ଧବାର୍ଷିକୀ ପାଳିତ
ଗାଙ୍ଗପୁର, (ସନ୍ତୋଷ ବିଶୋଇ) :-ଆଜି ପ୍ରବାଦ ପୁରୁଷ ବିଜୁପଟ୍ଟନାୟକଙ୍କ 25 ତମ ଶ୍ରାଦ୍ଧବାର୍ଷିକୀ ଦିବସ ଅବସରରେ ବେଲଗୁଣ୍ଠା ବ୍ଳକ୍ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ବେଲଗୁଣ୍ଠାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା I ଆଜି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ମୁଖ୍ୟ ଅତିଥି ଭାବେ ଆସିକା ସାଂସଦ ପ୍ରମିଳା ବିଷୋୟୀ ଏବଂ ସମ୍ମାନୀତ ଅତିଥି ଭାବେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଯୋଗ ଦେଇ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ମହାବିଦ୍ୟାଳୟରେ ଥିବା ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ I ଏହି କାର୍ଯ୍ୟକ୍ରମରେ 47 ନମ୍ବର୍ ଜୋନ୍ ଜିଲ୍ଲାପରିଷଦ ସଭ୍ୟା ପୂର୍ଣ୍ଣବାସୀ ନାୟକ,ଗୋବରା ସରପଞ୍ଚ ସୁପ୍ରଭା ନାୟକଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ I ପରେ ଗୋବରା ମେଡିକାଲରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ବଡ଼ନଦୀ,ବୋଡ଼ାନଦୀ ଏବଂ ଲୋହରାଖଣ୍ଡି ନଦୀର ସଙ୍ଗମ ସ୍ଥଳ ମାଧବରିଡ଼ା ସ୍ଥିତ ତ୍ରିବେଣୀ ଘାଟରେ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଇଥିଲା I କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ଧୂମୂଛାଇ କଲ୍ୟାଣମଣ୍ଡପ ଠାରେ ବ୍ଳକ୍ ଅଧ୍ୟକ୍ଷ ପ୍ରଶାନ୍ତ ନାୟକଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା I ଏହି କାର୍ଯ୍ୟକ୍ରମରେ ଆସିକା ସାଂସଦ ଏବଂ ସୋରଡ଼ା ବିଧାୟକଙ୍କ ସମେତ ପ୍ରାକ୍ତନ ଅଧ୍ୟକ୍ଷ କୃତ୍ତିବାସ ବିଶ୍ୱାଳ, ବେଲଗୁଣ୍ଠା ବ୍ଳକ୍ ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ, ବେଲଗୁଣ୍ଠା ନଗରପାଳ ଫିରୋଜ ସେଠୀ, ଉପନଗରପାଳ ଟି.ବବିତା କୁମାରୀ, ବରିଷ୍ଠ ବିଜେଡ଼ି ନେତା ସିଏଚ୍ ଲିଙ୍ଗରାଜ ପାତ୍ର, ସରପଞ୍ଚ ଏସ୍ ରାମେଶ୍ଵର ପାତ୍ର, ଜୟରାମ ନାୟକ,ସରପଞ୍ଚ ପ୍ରତିନିଧି ଦେବେନ୍ଦ୍ର ଗୌଡ଼, 49 ନମ୍ବର୍ ଜିଲ୍ଲାପରିଷଦ ସଭ୍ୟ ବିଦ୍ୟାଧର ବିଷୋୟୀ, 47 ନମ୍ବର୍ ଜୋନ୍ ସଭାପତି ପ୍ରଦ୍ୟୁମ୍ନ ପାତ୍ର,କାଉନସିଲର୍ ଦିବ୍ୟ ରଞ୍ଜନ ଦାସ,ସମିତିସଭ୍ୟ ବିଭୂପାଦ ଜେନାଙ୍କ ସମେତ ବ୍ଳକ୍ ର ବହୁ ସରପଞ୍ଚ, ସମିତିସଭ୍ୟ, କାଉନସିଲର୍ ଏବଂ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ I ଏହି ଅବସରରେ ବିଜୁବାବୁଙ୍କ ପୈତୃକ ଗ୍ରାମ ନୂଆଁଗାଁରେ ପ୍ରବାଦ ପୁରୁଷ ବିଜୁପଟ୍ଟନାୟକ ଏବଂ ଜ୍ଞାନ ପଟ୍ଟନାୟକଙ୍କ ଦୁଇଟି ପ୍ରତିମୂର୍ତ୍ତୀ ସ୍ଥାପନ କରି ଏହାକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେବାପାଇଁ ବିଧାୟକ ଶ୍ରୀ ସ୍ୱାଇଁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀଙ୍କୁ ଅନୁରୋଧ କରି ଏହାକୁ ସଫଳ କରିବା ପାଇଁ ପ୍ରତିଶୃ୍ତି ଦେଇଥିଲେ I କାର୍ଯ୍ୟକ୍ରମରେ ଶିକ୍ଷକ ରାଜ୍ କିଶୋର ସ୍ଵାଇଁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବାବେଳେ ଧୂମୂଛାଇ ସରପଞ୍ଚ ରଶ୍ମିତା ସ୍ୱାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ I


