ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ପାଳିତ

ନାଉଗାଁ,(ପ୍ରଦୋଶ ମହାନ୍ତି): ନାଉଗାଁ ବ୍ଳକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ବ୍ଳକ ବିଜେଡି ସଭାପତି ସୁଜିତ ମଲ୍ଲିକ ଙ୍କ ନେତୃତ୍ୱରେ ବ୍ଳକଛକ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରକାଶ ବସ୍ତିଆ,ପୂର୍ବତନ ବିଧାୟକ ଜ୍ୟୋତିଷ ଚନ୍ଦ୍ର ଦାସ, ବ୍ଳକ ଅଧ୍ୟକ୍ଷ ଜଗନ୍ନାଥ ଦାସ ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିଥିଲେ । ବିଜୁ ଜନତା ଦଳର କର୍ମିମାନେ ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ କର୍ମୀମାନେ ସଂକଳ୍ପ ବଦ୍ଧ ହୋଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ