ପ୍ରଶାସନିକ ସମ୍ବନ୍ଵୟ ବୈଠକ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ କରି ଆରମ୍ଭ ହୋଇଥିବା ପ୍ରଶାସନିକ ସମନ୍ୱୟ ବୈଠକ ଆଜି ଭଣ୍ଡାରିପୋଖରୀ ବ୍ଲକ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏଡିଏମଓ ଶାନ୍ତନୁ ମହାପାତ୍ର ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବାବଦରେ ସମୀକ୍ଷା କରିଥିଲେ। ଏଥିରେ ବ୍ଲକ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ। ବିଶେଷ କରି ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ବିଦ୍ୟୁତ, ଜଙ୍ଗଲ, ଅବକାରୀ, ଉଦ୍ୟାନ କୃଷି, କୃଷି, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ବିଭାଗର ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ସଠିକ ନୀତିନିୟମ ଆଧାରରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ହେଉଛିକି ନାହିଁ ସେ ବାବଦରେ ସମୀକ୍ଷା କରାଯାଇଥିଲା। ଏହାଛଡା ଯୋଜନା ଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ପାଇଁ କେଉଁ ପ୍ରକାର ଅନ୍ତରାୟ ସୃଷ୍ଟି ହେଉଛି ସେଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଥିଲା। ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜନ ହୋଇଥିବା ଉକ୍ତ ବୈଠକରେ ବିଡ଼ିଓ ଦେବଦତ୍ତ ଦାସ, ତହସିଲଦାର ସରୋଜକାନ୍ତ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରିୟଙ୍କା ତ୍ରିପାଠୀ, ସହକାରୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଦାସ, ଜିପିଓ ମୀନକେତନ ବାରିକ ଙ୍କ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।