ପ୍ରଶାସନ ପକ୍ଷରୁ ଟ୍ରାଇସାଇକେଲ ପ୍ରଦାନ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ଭିନ୍ନକ୍ଷମ ମାନଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। ସମାଜ ମଙ୍ଗଳ ସୁରକ୍ଷା ବିଭାଗ ଭାରପ୍ରାପ୍ତ ଅଧିକାରୀ ରବିନାରାୟଣ ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ବିଡ଼ିଓ ଦେବଦତ୍ତ ଦାସ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଗୋଲକ ଚନ୍ଦ୍ର ବେହେରା, ବ୍ଲକ ଉପାଧ୍ୟକ୍ଷ ସତ୍ୟବ୍ରତ ଦାସ , ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ଦାସ ଯୋଗଦେଇ ଭିନ୍ନକ୍ଷମ ମାନଙ୍କୁ ଟ୍ରାଇସାଇକେଲ ପ୍ରଦାନ କରିଥିଲେ। ଏଥିରେ ସାନଶାସନ , ଦକ୍ଷିଣବାଡ଼, ପାଟୁଳି ପ୍ରମୁଖ ପଂଚାୟତର ୬ଜଣ ଭିନ୍ନକ୍ଷମ ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସହକାରୀ ଅଧିକାରୀ ସୁଧାଂଶୁ ପାଢ଼ୀ ପରିଚାଳନା କରିଥିଲେ।


