ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର

କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ଆସିଥିବା ୪୧ହଜାର ୫୭୯ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୨୪୫ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୯ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୪୦, କେନ୍ଦ୍ରାପଡା ପୈାରାଚଂଳ ୦, ମାର୍ଶାଘାଇ ବ୍ଲକର ୧୦, ରାଜନଗର ବ୍ଲକର ୯୧, ରାଜକନିକା ବ୍ଲକର ୬୫, ଡେରାବିଶି ବ୍ଲକର ୩୦ ଜଣ ଅଛନ୍ତି । କରୋନା ଗୋଷ୍ଠି ସଂକ୍ରମଣର ସମ୍ଭାବନାକୁ ଦୃଷ୍ଟିରେ ରଖି ଏହାକୁ ନିୟନ୍ତ୍ରଣରେ ରଖିବା ନିମିତ ଜୁଲାଇମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ସମଗ୍ର ଜିଲ୍ଲାରେ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା । ତଦନୁଯାଇ ଜୁଲାଇମାସର ସମସ୍ତ ଶନିବାର ଓ ରବିବାର କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିବା ସହିତ ଜରୁରୀ କାର୍ଯ୍ୟ ବ୍ୟତିତ ଜନସାଧାରଣଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । ଏହି ଦିନମାନଙ୍କରେ ଔଷଧ ଦୋକାନ ଏବଂ ପେଟ୍ରୋଲପମ୍ପ ବ୍ୟତିତ ଅନ୍ୟ ସମସ୍ତ ବ୍ୟବସାୟୀକ ପ୍ରତିଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ ରହିବ । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ