ପ୍ରଶ୍ନପତ୍ର ଭାଇରାଲ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ ହୋଇସାରିଛି । ତେବେ ଚଳିତ ବର୍ଷ ଯଦି ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୁଏ ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି । ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହେଲେ ସମ୍ପୃକ୍ତ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ତେବେ ଭାଇରାଲ ନହେବା ପାଇଁ କୋଡିଂ ବ୍ୟବସ୍ଥା ହୋଇଛି । ଆଶା କରୁଛି ଏଥର ପ୍ରଶ୍ନପତ୍ର ଭାଇରାଲ ହେବନାହିଁ ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
ପ୍ରକାଶ ଯେ, ଆସନ୍ତା ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ । ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ପ୍ରଥମ ଦିନ ଅର୍ଥାତ ୧୯ରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସେହିପରି ଫେବୃଆରୀ ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ/ହିନ୍ଦୀ ପରୀକ୍ଷା ହେବ । ଅପରପକ୍ଷରେ ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବବୋଲି ବୋଡର଼୍ ପକ୍ଷରୁ ସୂଚନା ଦିଆଯାଇଛି । ମାର୍ଚ୍ଚ ୨ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବ ବୋଲି ନୋଟିସ ପ୍ରକାଶ ପାଇଛି । ସକାଳ ୧୦ଟାରୁ ୧୨ଟା ୩୦ ପର୍ଯ୍ୟନ୍ତ ହେବାର ଥିବାବେଳେ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ପ୍ରଦାନ କରାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ