ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ଟେବୁଲ୍ ଟପ୍ ଏକ୍ସରସାଇଜ୍ ଅନୁଷ୍ଠିତ
ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଆନୁକୁଲ୍ୟରେ ଜିଲ୍ଲାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଜି ପୂର୍ବାହ୍ନ ଘ. ୧୦.୩୦ ଟା ସମୟରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ଟେବୁଲ୍ ଟପ୍ ଏକ୍ସରସାଇଜ୍ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ନିରଞ୍ଜନ ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ସାଇକୃଷ୍ଣ ଜେନା ପରିଚାଳନା କରିଥିଲେ I ଉକ୍ତ ବୈଠକରେ ସମସ୍ତ ଜିଲ୍ଲାସ୍ତରୀୟ ଵିଭଗୀୟ ଅଧିକାରୀ, ଅଗ୍ନିଶମ ଏବଂ ଓଡ୍ରାଫ ର ଅଧିକାରୀ ଉପସ୍ଥିତ ରହି ବନ୍ୟା ଏବଂ ବାତ୍ୟା ସମୟର ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ପୂର୍ବ ଏବଂ ପର ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ I ତତ୍ସହିତ ଶ୍ରୀ ବେହେରା ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି I ସୂଚନାଯୋଗ୍ୟକି ଆଜି ବାଲେଶ୍ୱର ଜିଲ୍ଲାର ସମସ୍ତ ବ୍ଲକ ସ୍ତରରେ (ରେମୁଣା ଓ ସଦର ବ୍ୟତୀତ) ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ବ୍ଲକସ୍ତରୀୟ ଅଧିକାରୀଙ୍କ ମଧ୍ୟରେ ମକ୍ ଏକ୍ସରସାଇଜ୍ ଆୟୋଜିତ ହୋଇଯାଇଛି I