ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ

ବୁଗୁଡା,(ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମର ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୭ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ଡି.ଆଇ.ଇ.ଟି. ର ବୁଗୁଡା ବ୍ଲକର ଶିକ୍ଷକ ଶିକ୍ଷାଦାତ୍ରୀ ଗାୟତ୍ରୀ ସ୍ୱାଇଁ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଖଦାଳ ଖଟେଇ, ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା, ସିଆରସିସି ଶଶିକାନ୍ତ ପାତ୍ର, ଏସଏମସି ସଭାପତି ଓଁ ପାଳ ପ୍ରଧାନ ଓ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଦିବାକର ସାମନ୍ତରାୟ ଏବଂ ନିମନ୍ତ୍ରିତ ଅତିଥି ଭାବେ ମାଣିତରା କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଓ ଏସଏମସି ସଦସ୍ୟ/ସଦସ୍ୟା ବୃନ୍ଦ ଯୋଗଦେଇଥିଲେ। ଅତିଥି ବୃକ୍ଷ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଉତ୍ତମ ଭାବେ ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ବନ୍ଧସାହି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ନୂତନ ଭାବେ ଯୋଗଦେଇଥିବା ସହକାରୀ ଶିକ୍ଷକ ଶିବ ପ୍ରସାଦ ରଥଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଘୋଳପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିକୃଷ୍ଣ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ