ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ରୁତୁଙ୍ଗିଆ ଗ୍ରାମର ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇ ପାଛୋଟି ଆଣିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସାଂସଦ ପ୍ରତିନିଧି ଟୁନା ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ପ୍ରମୁଖ ଉପସ୍ଥିତି ରହି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ଦ୍ୱୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ଅଭିଭାଷଣ ମାଧ୍ୟମରେ ଶିକ୍ଷା ସମ୍ପର୍କିତ ବାର୍ତ୍ତା ରଖିଥିଲେ। ପରେ ପରେ ବିଦ୍ୟାଳୟରେ ଅୟୋଜନ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଛାତ୍ର ଛାତ୍ରୀଙ୍କ ଖାଇବା ପାଇଁ ବିଧାୟକ ଶ୍ରୀ କହଁର ଓ ଟୁନା ଦାସ ନିଜ ହାତରୁ ସେଡ୍ ଓ ପାଚେରୀ ନିର୍ମାଣ କରିବାକୁ ଘୋଷଣା କରିଥିଲେ। ଏହାକୁ ନେଇ ବିଦ୍ୟାଳୟର କର୍ତ୍ତୃପକ୍ଷ, ଅଭିଭାବକ ବହୁତ୍ ଖୁସି ପ୍ରକଟ ହୋଇଥିଲେ। ମୁଖ୍ୟ ଅତିଥି ବିଧାୟକ ଶ୍ରୀ କହଁର ଛାତ୍ର ଛାତ୍ରୀଙ୍କୁ ପାଠ ପଢ଼ା ସହ ମଧ୍ୟାହ୍ନ ଭୋଜନ ବିଷୟରେ ପଚାରି ବୁଝିଥିଲେ। ଏହି କାର୍ଯ୍ୟକ୍ରମକୁ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରି ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ